୫ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ଅଙ୍ଗନବାଡ଼ି

ଭୁବନେଶ୍ବର :  ରାଜ୍ୟରେ ଗ୍ରୀଷ୍ମପ୍ରବାହ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ୫ ଦିନ ପର୍ଯ୍ୟନ୍ତ ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ଏନେଇ ରାଜ୍ୟ ସରକାର ଗତକାଲି ସନ୍ଧ୍ୟାରେ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ବିଭାଗର ନିର୍ଦେଶକ ଅରବିନ୍ଦ ଅଗ୍ରୱାଲ ଏନେଇ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢୁଥିବାରୁ ଆଜି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ।

Spread the love