ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର: ତାତିରୁ ମିଳିବ ତ୍ରାହି । ଦାନା ବାନ୍ଧୁଛି ଲଘୁଚାପ । ମେ’ ୪ରୁ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ୫ରେ ଲଘୁଚାପର ରୂପ ନେବା ସମ୍ଭାବନା । ଏବେ କିନ୍ତୁ ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା । ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି ।ଗତକାଲି ୪୫ ଡିଗ୍ରୀ ସହ ବୌଦ୍ଧ ପୁଣି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ୫ଟି ସହରର ତାମମାତ୍ରା ୪୪ ଡିଗ୍ରୀ ଉପରେ ରହିଥିବା ବେଳେ ୨୫ଟି ସହର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିଲା । ଅନୁଗୋଳ ୪୪.୭, ଦେବଗଡ ୪୪.୬, ତାଳଚେର ୪୪.୫ ଓ ବଲାଙ୍ଗିରର ତାପମାତ୍ରା ୪୪ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ରାଜଧାନୀ ଭୁବନେଶ୍ବର ୪୦.୨ ଡିଗ୍ରୀ ଓ କଟକର ତାପମାତ୍ରା ୪୦.୧ ଡିଗ୍ରୀ ରେକର୍ଡ ହୋଇଛି। ମେ’ ୨ ତାରିଖ ଯାଏଁ ପାଗରେ ବିଶେଷ ପରିବର୍ତ୍ତନ ହେବନି ।

ଆସନ୍ତା ୨୪ ଘଣ୍ଟାରେ ୧୧ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ପାଇଁ ୟେଲୋ ୱର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ଦାନା ବାନ୍ଧୁଥିବାରୁ ଖୁବ୍ ଶୀଘ୍ର ତାତିରୁ ତ୍ରାହି ମିଳବାର ଆଶା ଦେଖାଦେଇଛି ।

Spread the love