ଚୂଡ଼ାନ୍ତ ହେବ ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନୀତିକାନ୍ତି ବୈଠକ

ପୁରୀ ୨୫/୦୫: ଆସନ୍ତା ଜୁନ ୧୪ ରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଓ‌ ଜୁଲାଇ ୧ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ନୀତି କାନ୍ତି ଚୁଡାନ୍ତ କରାଯିବ। ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ପ୍ରଥମେ ନୀତି ସବକମିଟି ବୈଠକ ଅନୁଷ୍ଠିତ ହେବ।

ଏହି ବୈଠକରେ ଆସନ୍ତା ସ୍ନାନ ପୂର୍ଣ୍ଣିମା ସହ ରଥଯାତ୍ରା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ ପ୍ରସ୍ତୁତ ହେବ। ଏହାପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଦିନ ୧୨ଟାରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହେବ । ନୀତି ସବକମିଟି ବୈଠକରେ ପ୍ରସ୍ତୁତ ହୋଇଥିବା ନୀତି ନିର୍ଘଣ୍ଟ ଛତିଶା ନିଯୋଗରେ ଚୁଡାନ୍ତ ହେବ ।

ସେହିପରି ଗତ ଦୁଇବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ଭକ୍ତଙ୍କ ସୁବିଧା, ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ମଧ୍ୟ ଆଲୋଚନା ହେବ ।‌ ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ, ସମସ୍ତ ପ୍ରଶାସନିକ ଅଧିକାରୀଙ୍କ ସହ ବିଭିନ୍ନ ନିଯୋଗର ସେବାୟତ ପ୍ରତିନିଧି ମାନେ ଉପସ୍ଥିତ ରହିବେ।

Spread the love