୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୧ଟାରେ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଓଡ଼ିଶାର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବି ପ୍ରଧାନମନ୍ତ୍ରୀଙ୍କ ନିକଟରେ ରଖିବେ ବୋଲି ଚର୍ଚ୍ଚା ହେଉଛି। ଆଗକୁ ରାଷ୍ଟ୍ରପତି ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ବହୁ ଗୁରୁତ୍ୱ ରଖୁଛି। କାରଣ ରାଷ୍ଟ୍ରପତି ନିର୍ବାଚନରେ ଏନ୍‌ଡିଏକୁ ବିଜେଡି ଓ ଆନ୍ଧ୍ରର ଟିଡିପି ସରକାରର ସମର୍ଥନ ଆବଶ୍ୟକ। ତେଣୁ ମୋଦି ରାଷ୍ଟ୍ରପତି ନିର୍ବାଚନ ଲାଗି ସମର୍ଥନ ଲୋଡ଼ିପାରନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ରାଜ୍ୟର ଅନ୍ୟାନ୍ୟ ସମସ୍ୟା ନେଇ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିପାରନ୍ତି ବୋଲି ମଧ୍ୟ କୁହାଯାଉଛି। ଆସନ୍ତା ୧ ତାରିଖ ଦ୍ୱିପ୍ରହର ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।

Spread the love