ଜୁନ୍‍ ଶେଷରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷାଫଳ – ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ମାଟ୍ରିକ ପରୀକ୍ଷା ଶେଷ ପରେ ସରିଛି ଖାତାଦେଖା ଏବଂ ଚଳିତ ଜୁନ୍‍ ମାସ ଶେଷ ସପ୍ତାପରେ ମାଟ୍ରିକ ପରୀକ୍ଷାଫଳ ପ୍ରକାଶ ପାଇବ। ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।
ସୂଚନା ଯୋଗ୍ୟ, ଗତ ମେ ମାସ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଖାତାଦେଖା  ଆରମ୍ଭ ହୋଇଥିଲା। ରାଜ୍ୟର ୫୮ଟି କେନ୍ଦ୍ରରେ ଖାତାଦେଖା ଚାଲିଥିବା ବେଳେ ଖାତା ମୂଲ୍ୟାୟନ ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକ ନିୟୋଜିତ ହୋଇଥିଲେ।ସେହିପରି ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଏବଂ ୯୩୦ ଜଣ ସ୍କ୍ରୁଟିନାଇଜରଙ୍କୁ ନିଯୁକ୍ତି ଦିଆଯାଇଥିଲା ।  ଦିନ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଖାତାଦେଖା ହୋଇଥିଲା। ଖାତାଦେଖା ପରେ ଅନଲାଇନରେ ମାର୍କ ଅପଲୋଡିଂ ହେବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

Spread the love