ରାଜ୍ୟରେ ୧୯ ନୂଆ ସଂକ୍ରମିତ ଚିହ୍ନଟ ୧୮ ବର୍ଷରୁ କମ୍ ଜଣେ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୧୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ସଂକ୍ରମିତ ଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛି।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ଅନୁଗୁଳ ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା  ଜିଲ୍ଲାରୁ୫ ଜଣ, ଝାରସୁଗୁଡ଼ା ଲ୍ଲା ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଓ ଷ୍ଟେଟପୁଲରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୬୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୩୦୭ ଜଣ ସୁସ୍ଥ ହୋଇଥିବା ବେଳେ ୧୫୩ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।

Spread the love