ସମବାୟ ସମିତିରେ ନିର୍ବାଚନରେ ବୁଥ ଜଗିବ ସିସିଟିଭି

ଭୁବନେଶ୍ୱର  : ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ ରବିବାର ଅନୁଷ୍ଠିତ ହେବ। ୨ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି । ବାକି ୭୩୧ ପ୍ରାଥମିକ ସମବାୟ ସମିତିରେ ଆସନ୍ତାକାଲି ନିର୍ବାଚନ ହେବ। ଏହି ୭୩୧ ସମିତିରୁ ୨୪୪ଟି ସମ୍ବେଦନଶୀଳ ଚିହ୍ନଟ କରାଯାଇଛି। ଏହି ବୁଥ୍‌ଗୁଡ଼ିକରେ ମାଜିଷ୍ଟ୍ରେଟ, ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ ରହିଛନ୍ତି।ନିର୍ବାଚନ ପରିଚାଳନା ପାଇଁ ୧୯ ଜଣ ଉପନିବନ୍ଧକ, ୫୮ ଜଣ ସହକାରୀ ନିବନ୍ଧକ ନିୟୋଜିତ ହୋଇଛନ୍ତି । ସକାଳ ୭ଟାରୁ ଭୋଟ୍‌ ଗ୍ରହଣ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ଆସନ୍ତାକାଲି ମୋଟ୍‌ ୪ ଲକ୍ଷ ୫୩ହଜାର ୬୧୦ ଭୋଟର ମତଦାନ କରିବେ। ଭୋଟ ଗ୍ରହଣ ପରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ସେହିପରି ଆସନ୍ତା ୨୬ ତାରିଖରେ ପ୍ରଥମ ପର୍ଯ୍ୟାୟର ଦ୍ବିତୀୟ ଦିନର ଭୋଟ୍‌ ଗ୍ରହଣ ହେବ। ନିର୍ବାଚନ ଶାନ୍ତିଶୃଙ୍ଖଳାରେ ହେବାକୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି। ବୁଥ୍‌ଗୁଡ଼ିକରେ ସିସିଟିଭି ଖଞ୍ଜା ଯାଇଛି। କେହି ବିଶୃଙ୍ଖଳା ସୃଷ୍ଟି କଲେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Spread the love