ଆମେରିକାର ମ୍ୟୁଜିକ କନସର୍ଟ ବାହାରେ ଗୁଳିମାଡ

ନୂଆଦିଲ୍ଲୀ : ଆମେରିକାରେ ଥମୁନି ଗୁଳିକାଣ୍ଡ । ସୋମବାର ଓ୍ୱାଶିଂଟନର ଏକ ମୁଖ୍ୟ ରାସ୍ତା ମଝିରେ ଦୁର୍ବୃତ୍ତମାନେ ଆଖିବୁଜା ଗୁଳିମାଡ କରିଛନ୍ତି । ଏଥିରେ ଅନେକ ମୃତଦେହ ହୋଇଥିବା ଖବର ମିଳିଛି । ଆହତଙ୍କ ମଧ୍ୟରେ ଜଣେ ପୋଲିସ କର୍ମୀ ମଧ୍ୟ ଥିବା ସୂଚନା ମିଳିଛି । ତେବେ ଯେଉଁ ସ୍ଥାନରେ ଗୁଳିକାଣ୍ଡ ହୋଇଛି ସେଠାରୁ ଅଳ୍ପଦୂରରେ ଏକ ମ୍ୟୁଜିକ କନସର୍ଟ ହେଉଥିଲା ।ତେବେ ଗୁଳିକାଣ୍ଡରେ କେତେ ଜଣ ମୃତାହତ ହୋଇଛନ୍ତି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ । ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ଗୁଳିକାଣ୍ଡର କାରଣ ମଧ୍ୟ ଅସ୍ପଷ୍ଟ ଥିବା ଜଣାପଡିଛି ।ସୂଚନାଯୋଗ୍ୟ, ଆମେରିକାରେ ଲଗାତର ଭାବେ ଗୁଳିମାଡ ଘଟଣା ବଢିବାରେ ଲାଗିଛି । କିଛିଦିନ ତଳେ ଉତ୍ତର ମେରୀଲ୍ୟାଣ୍ଡରେ ଜଣେ ବନ୍ଧୁକଧାରୀ ଏକ କାରଖାନାରେ ଆଖିବୁଜା ଗୁଳିମାଡ କରିଥିଲା । ଯେଉଁଥିରେ ୩ ଜଣ ପ୍ରାଣ ହରାଇଥିଲେ । ଏହାସହ ଜଣେ ଗୁରୁତର ହୋଇଥିଲେ ।ସେହିପରି ଗତ ମାସରେ ଏକ ସ୍କୁଲରେ ଗୁଳିକାଣ୍ଡ ହେବା ଫଳରେ ୨୧ ଜଣ ପ୍ରାଣ ହରାଇଥିଲେ  । ସେହିପରି ଏକ ହସ୍ପିଟାଲରେ ଗୁଳିକାଣ୍ଡ ହୋଇଥିଲା । ଯେଉଁଥିରେ ଏକାଧିକ ମୃତାହତ ହୋଇଥିଲେ । ଆହୁରି ମଧ୍ୟ ଏକ ସପିଂ ମଲ୍ର  ଗୁଳିକାଣ୍ଡର ହୋଇଥିଲା।

Spread the love