ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଯଶୱନ୍ତ ସିହ୍ନା

ନୂଆଦିଲ୍ଲୀ : ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଭାବେ ଆଜି ସଂସଦ ଭବନରେ ଯଶୱନ୍ତ ସିହ୍ନା ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଭରିବା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଏନସିପି ମୁଖ୍ୟ ଶରଦ ପାୱାର,ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାରଗେ,  ଅଖିଳେଶ ଯାଦବ,ସୀତାରାମ ୟେଚୁରୀ ପ୍ରମୁଖ ଏହି ସମୟରେ ଉପସ୍ଥିତ ରହିଛନ୍ତି। ପରବର୍ତ୍ତୀ ରାଷ୍ଟ୍ରପତି ଚୟନ ପାଇଁ ନିର୍ବାଚନ ୧୮ ଜୁଲାଇରେ ହେବ ଏବଂ ଭୋଟର ଗଣନା ୨୧ ଜୁଲାଇରେ ହେବ।ପୂର୍ବରୁ ଜୁନ ୨୪ରେ ସଂସଦ ଭବନରେ ଏନଡିର ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ନାମାଙ୍କନ ଦାଖଲ କରିଛନ୍ତି । ଦ୍ରୌପଦୀ ମୁର୍ମୁ ପ୍ରାର୍ଥିପତ୍ର ଭରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମତେ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଓ ଏନଡିଏର ବଡ଼ ବଡ଼ ନେତା ଉପସ୍ଥିତ ରହିଥିଲେ । ତାହା ଛଡ଼ା କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ମଧ୍ୟ ଦ୍ରୌପଦୀଙ୍କ ପ୍ରାର୍ଥିପତ୍ର ଭରିବା ସମୟରେ ସାମିଲଥିଲେ ।

Spread the love