୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୩।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୪୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୦୫୩୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୫୧ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୮୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୪୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୦୫୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୦୦୪୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୧୨୪୦୦୬ସାମ୍ପୁଲ ଟେଷ୍ଟ୍ ହୋଇଛି ।   

Spread the love