ଆସନ୍ତା ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା
ଭୁବନେଶ୍ୱର : ଆସନ୍ତା ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ ଦେଇଛି। ୯ ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଭଳି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।୧୦ ଓ ୧୧ରେ ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୨ରେ ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।ଗତକାଲି କୋରାପୁଟରେ ମିଲିମିଟର, ୭୨ ଯାଜପୁରରେ ୪୩ ମିମି, ମାଲକାନଗିରିରେ ୩୪.୮ମିମି, ଫୁଲବାଣୀରେ ୨୪, ଟିଟିଲାଗଡରେ ୨୦, ଢେଙ୍କାନାଳରେ ୨୧.୪, ନବରଙ୍ଗପୁରରେ ୧୩.୨ ମିମି ବର୍ଷା ହୋଇଛି ।