୨୪ ଘଣ୍ଟାରେ ୭୪୩ କୋଭିଡ୍

ଭୁବନେଶ୍ୱର ୧୩।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୮୭ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୫୩୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୧୧୫ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୦୩ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୩୬ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୫ଜଣ, ଷ୍ଟେଟ ପୁଲ୍‌ରୁ ୬୦ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୫୩୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୨୨୭୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୨୭୬୧୨୨୦ସାମ୍ପୁଲ ଟେଷ୍ଟ୍ ହୋଇଛି । 

Spread the love