ରାଷ୍ଟ୍ରପତି ନିର୍ବାଚନ : ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର ୧୮।୦୭ : ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଜାରି ରହିଛି । ସକାଳ ୧୦ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ଯାଏଁ ଚାଲିବ । ଏହିକ୍ରମରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନାଯୋଗ୍ୟ ଯେ, ଦେଶର ୧୫ ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଭୋଟିଂରେ ୪୮୦୦ ନିର୍ବାଚିତ ସାଂସଦ ଏବଂ ବିଧାୟକ ଅଂଶଗ୍ରହଣ କରିବେ। ନିର୍ବାଚନରେ ​​ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ତଥା ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ପ୍ରଥମ ଥର ପାଇଁ ଜଣେ ଆଦିବାସୀ ମହିଳାଙ୍କ ମୁକୁଟ ପିନ୍ଧିବା ନିଶ୍ଚିତ ବୋଲି ଦାବି କରିଛି ବିଜେପି। ୨୭ ଟି ଦଳର ସମର୍ଥନ ସହିତ ଦ୍ରୌପଦୀ ମୁର୍ମୁଙ୍କ ଉପରେ ବିପୁଳ ସମର୍ଥନ ରହିଥିବା କୁହାଯାଇଛି। ଏଥି ସହିତ, କେବଳ ୧୪ ଟି ଦଳର ସମର୍ଥନରେ ସିହ୍ନାଙ୍କୁ ପ୍ରାୟ ୩ଲକ୍ଷ ୬୨ ହଜାର ଭୋଟ୍ ମିଳିବ ବୋଲି ଆଶା କରାଯାଉଛି।

Spread the love