ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ

ଧର୍ମଗଡ, ୧୯ /୭: ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲା କୋକସରା ଥାନା ମୋଟେର ଫାଣ୍ଡି ଅନ୍ତର୍ଗତ ମୋଟେର ଛକ ନିକଟରେ କୌଣସି ଏକ ଅଜଣା ଗାଡି ଧକ୍କା ଦେବା ଫଳରେ ବାଇକରେ ଥିବା ଜଣେ ବ୍ୟକ୍ତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି l ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇବା ପରେ ମୋଟେର ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି l

Spread the love