ବାହାରିଲେ ପୁଣି ପଜିଟିଭ

ଭୁବନେଶ୍ୱର  : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୪୩୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ବାଲେଶ୍ବରରୁ୧୮, ଅନୁଗୁଳ ରୁ ୩ , ବରଗଡ଼ରୁ ୩୧, ଭଦ୍ରକରୁ ୧୦, ବଲାଙ୍ଗୀରରୁ ୧୧, ବୌଦ୍ଧରୁ୧୯ ଜଣ ଜଣାପଡିଛି।  ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୪୩୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୨୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୭୯୪୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୪୫୬୭୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love