ଅଧାରହିଗଲା ଜଗା ଦର୍ଶନ : କାର୍‌ ଦୁର୍ଘଟଣା , ୨ ମୃତ

ଭଦ୍ରକ ୨୪।୦୭:   ପୁରୀ ଯିବା ବେଳେ କାର୍‌ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ମୃତକ ପଶ୍ଚିମବଙ୍ଗର ଅଞ୍ଚଳର ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ. ପଶ୍ଚିମବଙ୍ଗ ରାଜ୍ୟର ମାନିକତାଲାରୁ ୪ ଜଣ ଏକ କାର ଯୋଗେ ପୁରୀ ଅଭିମୁଖେ ଯାଉଥିଲେ । ଠିକ୍‌ ଏହି ସମୟରେ ୧୬ ନମ୍ବର ଜାତୀୟ ରାଜପଥ ବିଷ୍ଣୁପୁର ଛକ ନିକଟରେ ଏକ ଡମ୍ଫର ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଗୁରୁତର ୪ ଜଣଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଭଦ୍ରକ ମେଡିକାଲ ରେ ଭର୍ତ୍ତି କରିଥିଲେ । ମେଡିକାଲରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସା ହେଉଛନ୍ତି । ଏମାନେ ପଶ୍ଚିମବଙ୍ଗରୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଅଭିମୁଖେ ଯାଉଥିବା ବେଳେ ଏଭଳି ଦୂର୍ଘଟଣାର ଶିକାର ହୋଇଥିଲେ । କେଉଁ କାରଣରୁ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଲା । ସେନେଇ ଧାମନଗର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ଏବେବି ଅସ୍ପଷ୍ଟ ରହିଛି ।

Spread the love