୮ ତାରିଖରେ ବାହାରିବ ଯୁକ୍ତଦୁଇ କଳା ରେଜଲ୍ଟ

ଭୁବନେଶ୍ବର: ଆଜି ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ଆସନ୍ତା ୮ ତାରିଖରେ ଯୁକ୍ତଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବ । ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା ସିଏଚ୍‌ଏସ୍‌ଇ ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ସିଏଚଏସଇ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଏହା ପ୍ରକାଶ  । www.odisha results.nic.in ଓ SAMS e space ୱେବସାଇଟ ମାଧ୍ୟମରେ ରେଜଲ୍ଟ ପାଉଛନ୍ତି ଛାତ୍ରଛାତ୍ରୀ । ବିଜ୍ଞାନରେ ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି  । ଚଳିତବର୍ଷ ରାଜ୍ୟର ୧ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୩ ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ ଯୁକ୍ତଦୁଇ ପରୀକ୍ଷା ଦେଇଥିଲେ । ବିଜ୍ଞାନରେ ୭୮ ହଜାର ୭୭ ଓ ବାଣିଜ୍ୟରେ ୨୪ ହଜାର ୧୩୬ଜଣ ପରୀକ୍ଷା ଦେଇଥିଲେ ।

Spread the love