୬ଟି ଜିଲ୍ଲାରେ ୩୮୨ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ, ୧୩ ଜଣଙ୍କର ମୃତ୍ୟୁ : ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର ୨୯।୭: କାଶୀପୁରରେ ଝାଡ଼ାବାନ୍ତି ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ କହିଛନ୍ତି, ବର୍ତ୍ତମାନ ଝାଡ଼ାବାନ୍ତି ସ୍ଥିତି ରାଜ୍ୟରେ ସ୍ଥିର ଅଛି । ୬ଟି ଜିଲ୍ଲାରେ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସମୁଦାୟ ୩୮୨ ଜଣ ଆକ୍ରାନ୍ତ ହୋଇଛନ୍ତି । ୧୩ ଜଣଙ୍କର ମୃତ୍ୟୁ ହୋଇଛି । ରାୟଗଡ଼ା ଜିଲ୍ଲାରୁ ୯ ଜଣ, ଗଜପତିରୁ ଜଣେ, ନବରଙ୍ଗପୁର ଜଣେ, ନୂଆପଡ଼ା ଜଣେ, କୋରାପୁଟ ଜିଲ୍ଲା ଦଶମନ୍ତପୁର ଅଞ୍ଚଳରୁ ଜଣଙ୍କର ମୃତ୍ୟୁ ହୋଇଛି । ସବୁ ସ୍ଥାନରେ ଝାଡ଼ାବାନ୍ତିକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଏଥିରେ ଭିନ୍ନ ଭିନ୍ନ ବିଭାଗ କାର୍ଯ୍ୟ କରୁଛନ୍ତି । ପିଇବା ପାଣିକୁ ବିଶୋଧନ କରି ପିଇବା ପାଇଁ ସମସ୍ତଙ୍କୁ ସଚେତନ କରାଯାଉଛି । ଲୋକମାନେ ଖୋଲାରେ ଥିବା ଜଳ ଉତ୍ସକୁ ବ୍ୟବହାର କରନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

Spread the love