ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ବିବାଦ: ସରକାରୀ ବିଜ୍ଞପ୍ତି ଉପରେ ଅନ୍ତରୀଣ ରହିତାଦେଶ

କଟକ ୨୯।୭: ସାହିତ୍ୟ ଏକାଡେମୀ ବିବାଦରେ ସରକାରଙ୍କୁ ଝଟ୍‌କା ଲାଗିଛି । ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ନିୟମାବଳୀ ବିବାଦ ମାମଲାରେ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି ହାଇକୋର୍ଟ । ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି । ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରାଯାଇଛି । ଚାରି ସପ୍ତାହ ମଧ୍ୟରେ ଜବାବ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୪ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି ।

Spread the love