ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ସୂର୍ଯ୍ୟ ଦେଓଙ୍କୁ ସୋଆ ପକ୍ଷରୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,: ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ବିଜେତା ବିଶିଷ୍ଟ ସିନେ ସମୀକ୍ଷକ ତଥା ଲେଖକ ଶ୍ରୀ ସୂର୍ଯ୍ୟ ଦେଓଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ବୁଧବାର ସମ୍ବଦ୍ଧି ର୍ତ କରାଯାଇଛି । ଚଳିତ ବର୍ଷ ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୦ ନିମନ୍ତେ ଶ୍ରୀ ଦେଓଙ୍କ ଦ୍ୱାରା ଲିଖିତ ‘କାଲି ପାଇଁ କାଲିର ସିନେମା’ ପୁସ୍ତକ ସ୍ୱତନ୍ତ୍ର ଉଲ୍ଲେଖ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିବା ଘୋଷଣା କରାଯାଇଛି । ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଶ୍ରୀ ଦେଓଙ୍କୁ ତାଙ୍କର ଏହି ସଫଳତା ନିମନ୍ତେ ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ପ୍ରଫେସର ନାୟକ ଶ୍ରୀ ଦେଓଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ତାଙ୍କ ସହଯୋଗରେ ସୋଆ ଓଡ଼ିଆ ସିନେମା ଓ ସଂସ୍କୃତି କ୍ଷେତ୍ରରେ ଗବେଷଣା କାର୍ଯ୍ୟ ଆରମ୍ଭ କରିବାର ଯୋଜନା ରଖିଛି ବୋଲି କହିଛନ୍ତି । ଶ୍ରୀ ଦେଓ ଓଡ଼ିଆ ସିନେମାର ଇତିହାସକୁ ପୁର୍ନଜୀବିତ କରିବା କ୍ଷେତ୍ରରେ ତାଙ୍କର ଅନୁଭୂତି ବଖାଣିବା ସହ ଏଥି ନିମନ୍ତେ କରିଥିବା ଗବେଷଣା ଓ ନଥୀକରଣ ସମୟରେ ସେ ସାମ୍ନା କରିଥିବା ସମସ୍ୟା ସମ୍ପର୍କରେ
କହିଥିଲେ ।

Spread the love