୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୩୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୫।୦୮ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୭୩୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୭୩୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୧୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୧୯୩୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୭୪୪୬୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love