୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୩୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୩୦।୦୮: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୭୩୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୦ଜଣ, ଷ୍ଟେଟ ପୁଲ୍‌ରୁ ୧୫ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୭୩୮୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୮୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୬୧୭୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୧୬୩୫୮୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love