ଆଜିଠୁ ଆହୁରି ବଢିବ ବର୍ଷାର ପରିମାଣ

ଆଜିଠୁ ପ୍ରବଳ ବର୍ଷା। ଘନୀଭୂତ ହେଉଛି ଲଘୁଚାପ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅ଼ଞ୍ଚଳରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଲଘୁଚାପର ପ୍ରଭାବରେ ଅଧିକ ବର୍ଷା ହୋଇଛି। ଏହି ଲଘୁଚାପ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ୱେଲମାର୍କଡ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଫଳରେ ଆଜିଠୁ ବର୍ଷାର ପରିମାଣ ଆହୁରି ବଢିବ। ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କଟକ ଆଦି ଜିଲ୍ଲାରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି। ଏହି ଜିଲ୍ଲା ଗୁଡିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଭିତରେ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ବେଗରେ ପବନ ବହିବ । ଏଥିପାଇଁ ୧୨ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Spread the love