୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୪୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୧।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୨୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ, ଷ୍ଟେଟ ପୁଲ୍‌ରୁ ୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୦୨୪୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୯୨୪୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୩୦୦୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love