୧୮ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୧୩/୦୯: ଆସନ୍ତା ୧୮ ତାରିଖରେ ଉତ୍ତର ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ହେବ । ଏହାର ପ୍ରଭାବରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ପ୍ରବଳ ବର୍ଷା ହେବ । ଆଞ୍ଚଳିକ ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଦକ୍ଷିଣ ଛତିଶଗଡ ଉପରେ କେନ୍ଦ୍ରୀଭୂତ ଅବପାତ ପଶ୍ଚିମ ଉତ୍ତର ମୁହାଁ ହୋଇ ଗତି କରିବା ସହ ଦୁର୍ବଳ ହୋଇଛି । ଏହା ଅବପାତରୁ ସ୍ପଷ୍ଟ ଚିହ୍ନିତ ଲଘୁଚାପକୁ ଖସିଆସିଛି । ତେବେ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିବ ।

ଆଜି ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁରରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୪ରେ କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ଭାରୀ ବର୍ଷା ହୋଇପାରେ ବୋଲି ବିଭାଗ ପୂର୍ବାନୁମାନ କରିଛି । ସୋମବାର ସକାଳୁ ସନ୍ଧ୍ୟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି ।

Spread the love