ମୁମ୍ବାଇରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍, ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ

ଭୁବନେଶ୍ୱର/ମୁମ୍ବାଇ ୧୪।୦୯ : ୩ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ମୁମ୍ବାଇରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ସଂଧ୍ୟାରେ ମୁମ୍ବାଇରେ ରୋଡ୍ ଶୋ କରି ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ବିଶିଷ୍ଟ ଉଦ୍ୟୋଗପତିଙ୍କୁ ଆହ୍ବାନ କରିବେ ନବୀନ ପଟ୍ଟନାୟକ।

ସେହିପରି ମହିନ୍ଦ୍ରା ଗ୍ରୁପ୍ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା, ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଧ୍ୟକ୍ଷ କୁମାର ମଙ୍ଗଲମ୍ ବିର୍ଲା, ବେଦାନ୍ତ ରିସୋର୍ସ ଚେୟାରମ୍ୟାନ୍ ଅନୀଲ୍ ଅଗ୍ରଓ୍ବାଲ୍ ଓ ନିଲକମଲ୍ ଲିମିଟେଡର ମ୍ୟାନେଜିଂ ଡାଇରେକ୍ଟର ହିତେନ୍ ପାରେଖଙ୍କ ଭଳି ବଡ଼ ବଡ଼ ଶିଳ୍ପପତି ଏହି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାବାଦ ନବୀନ କିଛି ବିଶିଷ୍ଟ ବ୍ୟାଙ୍କର୍ସମାନଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ଷ୍ଟେଟ ବ୍ୟାଙ୍କର ଚେୟାରମ୍ୟାନ୍ ଦିନେଶ କୁମାର ଖରା, ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଚେୟାରମ୍ୟାନ୍ ଏସ.ଏସ. ମୁନ୍ଦ୍ରା, ଏଚ.ଡି.ଏଫ.ସି. ବ୍ୟାଙ୍କର କଣ୍ଟ୍ରି ହେଡ୍ ଅରବିନ୍ଦ ଭୋରା ଓ ଆଇ.ସି.ଆଇ.ସି.ଆଇ. ବ୍ୟାଙ୍କର କାର୍ଯ୍ୟକାରୀ ନିର୍ଦ୍ଦେଶକ ରାକେଶ ଝାଙ୍କ ସହ ଆଲୋଚନା କରିବେ । କେବଳ ସେତିକି ନୁହେଁ ,ଏସିଆନ୍ ପେଣ୍ଟସ, ଲାରସେନ୍ ଆଣ୍ଡ ଟର୍ବୋ ଭଳି କଂପାନୀର ବରିଷ୍ଠ ଅଧିକାରୀ ଏଥିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଭୁବନେଶ୍ବରରେ ଆୟୋଜନ ହେବାକୁ ଥିବା ମେକ୍ ଇନ୍ ଓଡ଼ିଶା ସମ୍ମିଳନୀରେ ସାମିଲ ହେବାକୁ ନିମନ୍ତ୍ରଣ ଦେବେ। ଗୁରୁବାର ସକାଳେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଓପନିଂ ବେଲ୍ ବଜାଇବାର କାର୍ଯ୍ୟକ୍ରମ ରହିଛି। ବେଲ୍ ବାଜିବାର ୧୫ ମିନିଟ ପରେ ଏଠାରେ ଟ୍ରେଡିଂ ଆରମ୍ଭ ହୋଇଥାଏ।

Spread the love