୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୬/୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୧୩୫୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨୮ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୬୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୦୪୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୯୭୩୪୧ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love