କମିଲା ସୁନା ଦାମ୍

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୩୪୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୬୦ ଟଙ୍କା ହୋଇଛି।ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୮୦୦ ଟଙ୍କା ଓ ୪୯,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୯୫୦ ଟଙ୍କା ଓ ୫୦,୧୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୬୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୬,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Spread the love