ବିଷ୍ଣୁ ସେଠୀଙ୍କ ବିୟୋଗରେ ବିଶିଷ୍ଠ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭଦ୍ରକ ଜିଲ୍ଲା ଧାମନଗରର ବିଜେପି ବିଧାୟକ ତଥା  ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କ ପରଲୋକ। ଆଜି ସକାଳୁ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମାତ୍ର ୬୧ ବର୍ଷ ବୟରେ ଆଖି ବୁଜିଛନ୍ତି ବିଜେପି ନେତା। ବିଷ୍ଣୁ ସେଠୀ କିଡନୀଜନିତ ସମସ୍ୟାରେ ପୀଡ଼ିତ ଥିଲେ। ହେଲେ ମାସେ ହେଲା ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଥିଲା। ଫଳରେ ତାଙ୍କୁ  ଭୁବନେଶ୍ୱରସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ପ୍ରାୟ ମାସେ ହେଲା ସେ ଆଇସିୟୁରେ ଚିକିତ୍ସିତ ହେଉଥିଲେ।

ବିଷ୍ଣୁ ସେଠୀଙ୍କ ପରଲୋକରେ ପ୍ରମୁଖ ବ୍ୟକ୍ତି ବିଶେଷ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳଙ୍କଠୁ ଆରମ୍ଭ ବିଭିନ୍ନ ପାର୍ଟିର ନେତା ଓ ପ୍ରମୁଖ ବ୍ୟକ୍ତି ବିଶେଷ ଶୋକ ପ୍ରକାଶ କରିଛନ୍ତି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳଙ୍କଠୁ ଆରମ୍ଭ ବିଭିନ୍ନ ପାର୍ଟିର ନେତା ଓ ପ୍ରମୁଖ ବ୍ୟକ୍ତି ବିଶେଷ ଶୋକ ପ୍ରକାଶ କରିଛନ୍ତି।ବିଷ୍ଣୁ ସେଠୀଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଶୋକ ପ୍ରକାଶ କରିଛନ୍ତି। ଟ୍ବିଟ୍‌ କରି ରାଜ୍ୟପାଳ କହିଛନ୍ତି, ‘ବିଷ୍ଣୁ ସେଠୀ ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଥିଲେ।’  ୟ

ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି, ‘ଧାମନଗର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍‌ କରିଛନ୍ତି ଜଣେ ସ୍ନେହୀ, ଅମାୟିକ ବ୍ୟକ୍ତିତ୍ବ ଭାବେ ବିଷ୍ଣୁ ଭାଇ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରିଥିଲେ ।

ବିଧାନସଭାରେ ଶାଣିତ ସ୍ବରରେ ଜନସାଧାରଣଙ୍କ ସମସ୍ୟା ଉପସ୍ଥାପନ କରିବାରେ ତାଙ୍କର ଶୈଳି ଥିଲା ନିଆରା । ଜଣେ ଲେଖକ ଓ ସୁବକ୍ତା ଭାବେ ସେ ନିଜର ଅନ୍ୟ ଏକ ପରିଚୟ ତିଆରି କରିଥିଲେ । ଦକ୍ଷ ସଂଗଠକ ଭାବରେ ଆମ ଦଳର ସଂଗଠନକୁ ମଜଭୂତ୍ କରିବାରେ ତାଙ୍କର ଭୂମିକା ଅତୁଳନୀୟ । ତାଙ୍କ ବିୟୋଗ କେବଳ ଆମ ଦଳ ପାଇଁ ନୁହେଁ ବରଂ ରାଜ୍ୟ ରାଜନୀତିରେ ଅପୂରଣୀୟ କ୍ଷତି ।ଣ୍ୟ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

ଏହି କଠିନ ସମୟରେ ମହାପ୍ରଭୁ ଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ । ସେହିପରି ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ପିସିସି ସଭାପତି ଶରତ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ର, ବରଗଡ଼ ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ସମେତ ପ୍ରମୁଖ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି।

Spread the love