ରାଜ୍ୟରେ ଆଜି ୨୧୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର : ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪ଟି ଜିଲ୍ଲାରୁ ୨୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୨, ବରଗଡ଼ରୁ ୭, ଭଦ୍ରକରୁ ୨, କଟକରୁ ୨୭ ଜଣ, ଢେଙ୍କାନାଳରୁ ୨, ଗଜପତିରୁ ୫, ଗଞ୍ଜାମରୁ ୨, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୩, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୫, ଖୋର୍ଦ୍ଧା ଜିଲ୍ଲାରୁ ୩୬, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୧, ନୟାଗଡ଼ ଜିଲ୍ଲାରୁ ୯ ଜଣ, ନୂଆପଡ଼ାରୁ ୩, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୧ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୨ ଜଣ ଓ ଷ୍ଟେଟପୁଲରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୩, ୧୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୨, ୫୦୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୪୨୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Spread the love