୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୫।୦୯: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୩ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୧୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୨୫୦୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୧୫୯୨୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love