୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୮।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୭୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୨୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୫ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୭୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୩୦୩୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୫୧୦୨୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love