କୁମାର ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ  :  ଆଜି ପବିତ୍ର କୁମାର ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଆଜି ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରି ଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ। ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ । ଏଥିପାଇଁ ଯେଉଁ ହବିଷ୍ୟାଳୀ ମାନେ କାର୍ତ୍ତିକ ବ୍ରତ ପାଳନ କରିବେ ସେମାନେ ଆଜି ସଙ୍କଳ୍ପ କରିଛନ୍ତି । ତେବେ ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ସହ ସୁରୁଖୁରୁରେ ମହାପ୍ରସାଦ ପାଇପାରିବେ । ଏନେଇ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Spread the love