ଧାମନଗର ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ

ଧାମନଗର ଉପନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ। ମଇଦାନରେ ଅବନ୍ତୀ-ସୂର୍ଯ୍ୟବଂଶୀ-ହରେକୃଷ୍ଣ ଲଢ଼େଇ। ବିଜେଡିରୁ ପ୍ରାର୍ଥି ଭାବେ ଲଢିବେ ଅବନ୍ତୀ ଦାସ । ଆଜି ନାମାଙ୍କନପତ୍ର ଦାଖଲ କରିବେ ଅବନ୍ତୀ। ଗତ ପଞ୍ଚାୟତ ନିର୍ବାଚନରେ ସମିତିସଭ୍ୟା ଭାବେ ଜିତିଥିଲେ ଅବନ୍ତୀ ଦାସ । ସେ କାଁପଡ଼ା ପଞ୍ଚାୟତର ସମିତିସଭ୍ୟା ଭାବେ ନିର୍ବାଚିତ ହୋଇଥିଲେ । ଏବେ ତିହିଡ଼ି ବ୍ଲକ ଅଧ୍ୟକ୍ଷା ଭାବେ ଦାୟିତ୍ୱ ତୁଲାଉଛନ୍ତି । ବିଜେଡି ସୁପ୍ରିମୋ ଅବନ୍ତୀଙ୍କୁ ପ୍ରାର୍ଥୀ କରି ମହିଳା ସଶକ୍ତିକରଣ ନେଇ ବିଜେଡିର ପ୍ରତିବଦ୍ଧତାକୁ ଦର୍ଶାଇଛନ୍ତି । ସେହିପରି ଧାମନଗର ଉପନିର୍ବାଚନ ପାଇଁ ବାବା ହରେକୃଷ୍ଣ ସେଠୀଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ । ଦଳୀୟ ସଙ୍ଗଠନ ଓ ଅନୁକମ୍ପା ଭୋଟକୁ ନେଇ ନିର୍ବାଚନ ବୈତରଣୀ ପାର୍‌ ହେବାକୁ ବିଜେପି ଲକ୍ଷ୍ୟ ରଖିଥିବାବେଳେ କଂଗ୍ରେସ ବାବା ହରେକୃଷ୍ଣଙ୍କୁ ପ୍ରାର୍ଥୀ କରି ନିର୍ବାଚନରେ ନିଜ ସମ୍ମାନ ଫେରିପାଇବାକୁ ଲକ୍ଷ୍ୟ ରଖିଛି। ଅନ୍ୟପଟେ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ବିଜେପି ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିଛନ୍ତି । ଏଥିସହ ସେ ପ୍ରଚାର ମୈଦାନକୁ ବି ଓହ୍ଲାଇଛନ୍ତି । ଧାମନଗରରେ ଏପରି ତ୍ରିମୁଖୀ ଲଢେଇ ରାଜ୍ୟ ରାଜନୀତିରେ ଉଷ୍ଣତା ଭରିଦେଇଛି।

Spread the love