ମିସାଇଲ୍ ମ୍ୟାନ୍‌ ଅବ୍‌ଦୁଲ କଲାମ୍ ଙ୍କ ଜନ୍ମ

ନୂଆଦିଲ୍ଲୀ : ଭାରତର ମିସାଇଲ୍ ମ୍ୟାନ୍‌ ତଥା ୨୦୦୨ ଜୁଲାଇ ୨୫ ତାରିଖରୁ ୨୦୦୭ ଜୁଲାଇ ୨୫ ପର୍ଯ୍ୟନ୍ତ ଭାରତର ୧୧ତମ ରାଷ୍ଟ୍ରପତି ଭାବେ ଦାୟିତ୍ୱ ନିର୍ବାହ କରିଥିବା ଏ.ପି.ଜେ.ଅବଦୁଲ୍ କଲାମ୍ ୧୯୩୧ ଅକ୍ଟୋବର ୧୫ରେ ଜନ୍ମଗ୍ରହଣ କରିଥିଲେ । ମାଡ୍ରାସ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ୧୯୬୦ରେ ସ୍ନାତକ ଡିଗ୍ରୀ ହାସଲ କରିବା ପରେ ସେ ଡିଆରଡିଓରେ ଜଣେ ବୈଜ୍ଞାନିକ ଭାବେ କାମ କରିଥିଲେ। ବୈଜ୍ଞାନିକ ବିକ୍ରମ ସାରାଭାଇଙ୍କ ଅଧୀନରେ ଗଠିତ ଆଇଏନସିଓଏସପିଏଆର୍ କମିଟିରେ କଲାମ୍ ସାମିଲ ହେବାର ସୁଯୋଗ ପାଇଥିଲେ। ଭାରତର ପ୍ରଥମ ସାଟେଲାଇଟ୍ ଲଞ୍ଚ୍ ଭେହିକିଲ୍ (ଏସଏଲଭି-୩) ପ୍ରୋଜେକ୍ଟର ନିର୍ଦେଶକ ଥିଲେ ବୈଜ୍ଞାନିକ ଅବଦୁଲ କଲାମ। ୧୯୯୮ ପୋଖରାନ୍-୨ ପରମାଣୁ ବୋମା ପରୀକ୍ଷଣରେ ତାଙ୍କର ମୁଖ୍ୟ ଭୂମିକା ଥିଲା। ଅବଦୁଲ କଲାମ ଏକାଧିକ ପୁସ୍ତକ ମଧ୍ୟ ରଚନା କରିଛନ୍ତି। ‘ୱିଙ୍ଗସ୍ ଅଫ୍ ଫାୟାର’ ହେଉଛି ତାଙ୍କର ଆତ୍ମଜୀବନୀ। ଏହା ବ୍ୟତୀତ ସେ ମିଶନ୍ ଇଣ୍ଡିଆ, ଇନସ୍ପାୟରିଂ ଥଟ୍ସ ଭଳି ଅନେକ ବହି ଲେଖିଛନ୍ତି। ୧୯୮୧ରେ ଭାରତ ସରକାର ତାଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରିଥିଲେ। ୧୯୯୦ରେ ତାଙ୍କୁ ପଦ୍ମ ବିଭୂଷଣ ପ୍ରଦାନ କରାଯାଇଥିଲା। ୧୯୯୭ ମସିହାରେ ତାଙ୍କୁ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରାଯାଇଥିଲା। ୧୯୯୮ରେ ଅବଦୁଲ କଲାମଙ୍କୁ ଭାରତ ସରକାର ‘ବୀର ସଭରକର ପୁରସ୍କାର‘ ପ୍ରଦାନ କରିଥିଲେ। ଏହା ସହିତ ସେ ଏକାଧିକ ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ ଉପାଧି ପାଇଥିଲେ। ଆକସ୍ମିକ ହୃଦ୍‌ଘାତରେ ଅବଦୁଲ କଲାମ ୨୦୧୫ ଜୁଲାଇ ୨୭ରେ ପ୍ରାଣ ହରାଇଥିଲେ।

Spread the love