୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୫।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୩୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୩୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୦୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫୫୧୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୦୮୨୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love