ଆସନ୍ତା ୧୬ରେ ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୬ ତାରିଖ ଆଡକୁ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଓ ସଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ତେବେ ଓଡ଼ିଶା ଉପରେ ଏହାର କଣ ପ୍ରଭାବ ରହିବ ଓ ଏହା କେତେ ଘନୀଭୂତ ହେବ ସେନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିପାରିନାହିଁ। ଅନ୍ୟପଟେ ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ । ଆସନ୍ତା ୩ରୁ ୪ ଦିନ ଭିତରେ ରାଜ୍ୟରେ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ତାପମାତ୍ରା ଖସିବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୪ ଘଣ୍ଟାରେ ୪ ସହରର ତାପମାତ୍ରା ୧୩ ଡିଗ୍ରୀ ପାଖାପାଖି ରହୁଛି । ଦାରିଙ୍ଗବାଡ଼ି ଓ କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ଏବେ ବୌଦ୍ଧ ଓ ଫୁଲବାଣୀରେ ୧୩.୫ ଡିଗ୍ରୀ ରେକର୍ଡ କରାଯାଇଛି ।

Spread the love