ପଦ୍ମପୁର ଉପନିର୍ବାଚନ : ନେତା ବାଛିବେ ଜନତା, ଭୋଟ ଦେବେ ୨ ଲକ୍ଷରୁ ଅଧିକ ଭୋଟର

ବରଗଡ଼ ୦୫।୧୨ : ପଦ୍ମପୁର ଉପନିର୍ବାଚନ ଭୋଟ ଗ୍ରହଣ ଆରମ୍ଭ । ପଦ୍ମପୁରର ୨ ଲକ୍ଷ ୫୭ ହଜାର ୪୭୪ ଭୋଟର ୩୧୯ଟି ବୁଥରେ ସକାଳ ୭ରୁ ଅପରାହ୍ଣ ୪ଟା ଯାଏ ମତଦାନ ସାବ୍ୟସ୍ତ କରିବେ। ପଦ୍ମପୁର ଉପନିର୍ବାଚନ ମଇଦାନରେ ଥିବା ୧୦ ଜଣ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ । ଶୀତ ସକାଳରେ ପୋଲିଂ ବୁଥ୍ ରେ ଭୋଟର ପହଞ୍ଚିବା ଆରମ୍ଭ କଲେଣି।

ପଦ୍ମପୁରରେ ୩୧୯ଟି ବୁଥ୍ ରେ ହେଉଛି ମତଦାନ। ଏହା ଭିତରେ ୧୫ଟି ମଡେଲ, ୬ଟି ପିଙ୍କ୍ ବୁଥ ରହିଛି। ୭୯ଟି ଅତି ସମ୍ବେଦନଶୀଳ ବୁଥ ଚିହ୍ନଟ ହୋଇଛି। ୧୨୦ବୁଥରେ ୱେବ୍ କାଷ୍ଟିଂ ଓ ୬୬ଟି ବୁଥରେ ସିସିଟିଭି ଲାଗିଛି। ୨ ଲକ୍ଷ ୫୭ ହଜାର ୪୭୪ ଭୋଟର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୧୨୭୬ ପୋଲିଂ ଅଧକାରୀ ନିଯୁକ୍ତ ହୋଇଛନ୍ତି। ୯୧ ଜଣ ମାଇକ୍ରୋ ଅବଜରଭର ନିଯୁକ୍ତ ହୋଇଛନ୍ତି । ଭିନ୍ନକ୍ଷମ ଭୋଟରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ୧୨ପ୍ରକାର କାର୍ଡ ମଧ୍ୟରୁ ଯେକୌଣସି ଗୋଟିଏ ଦେଖାଇ ଭୋଟ ଦେଇପାରିବେ ମତଦାତା । ସୁରକ୍ଷା ବ୍ୟବସ୍ଥାରେ ମୋଟ୍ ୧୪୧୩ ଜଣ ପୋଲିସ କର୍ମଚାରୀ ଏବଂ ୯ କମ୍ପାନୀ ସିଆରପିଏଫ ନିୟୋଜିତ ହୋଇଛନ୍ତି ।

Spread the love