ଭୋରରୁ ପୁରୀରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ଫାଇଭ୍‌ ଟି ସଚିବ

ଭୋରରୁ ପୁରୀରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି ଫାଇଭ୍‌ ଟି ସଚିବ ଭି. କେ. ପାଣ୍ଡିଆନ୍‌ । ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ବେଢା ପରିକ୍ରମା କରିଥିଲେ । ପରେ ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ଚାଲିଥିବା ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିଥିଲେ ଫାଇଭ୍‌ ଟି ସଚିବ । ଜିଲ୍ଲାପାଳ ସମର୍ଥ ବର୍ମା ଓ ବିଭାଗୀୟ ଅଧିକାରୀଙ୍କ ସହ ସମସ୍ତ ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା କରିଥିଲେ ।

ଏହାପରେ ଫାଇଭ ଟି ସଚିବ ବାଲିଗୁଆଳିରେ ର୍ନିମାଣଧୀନ ଶ୍ରୀଜଗନ୍ନାଥ ମେଡିକାଲ କଲେଜକୁ ଯାଇ ର୍ନିମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । କଲେଜର ର୍ନିମାଣଧୀନ କୋଠା କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଫାଇଭ୍‌ ଟି ସଚିବ । ଏହାପରେ କୋଣାର୍କ ଯାଇଥିଲେ । ଚନ୍ଦ୍ରଭାଗାରେ ରାଜପଥ ସଂପ୍ରସାରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି ।

Spread the love