ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ମାଘ-କୃଷ୍ଣ ଚତୁର୍ଥୀ। ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତ ଅନୁଷ୍ଠିତ ହେବ। ଏଥି ପାଇଁ ଅପରାହ୍ନରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ତେବେ ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।

Spread the love