ଲୋକସେବା କନଭେନସନ ସେଣ୍ଟରରେ ୩୪ ଜଣ ପୋଲିସଙ୍କୁ ଦିଆଗଲା ମେଡାଲ

ସାଧାରଣତନ୍ତ୍ର ଦିବସ ଅବସରରେ ଲୋକସେବା କନଭେନସନ ସେଣ୍ଟରରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ପୋଲିସ ମେଡାଲ ପ୍ରଦାନ ଉତ୍ସବ । ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ । ପୋଲିସ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ, ସାହସିକତା କାର୍ଯ୍ୟ ଓ ବିଶିଷ୍ଟ ସେବା ପାଇଁ ୩୪ ଜଣଙ୍କୁ ମେଡାଲ ଦିଆଯାଇଛି । ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପୋଲିସ ପଦକ ପାଇଛନ୍ତି ଟୁଇନ ସିଟି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ସିକ୍ୟୁରିଟି wing ଏସପି ସରୋଜ କୁମାର ମହାପାତ୍ର । ସେହିଭଳି ସାହସିକତା ପାଇଁ ଦୁଇ ଜଣ SOG କମାଣ୍ଡୋ କୁମାର କର୍ମୀ ଓ ପୀତବାସ ପାଣ୍ଡେଙ୍କୁ ପୁରସ୍କୃତ କରାଯାଇଛି । ଉଲ୍ଲେଖନୀୟ ସେବା ପାଇଁ ୧୦ଜଣଙ୍କୁ ପୋଲିସ ପଦକ ପ୍ରଦାନ କରାଯାଇଛି ।ସେମାନେ ହେଲେ ଭିଜିଲାନ୍ସ ଅତିରିକ୍ତ ଏସପି ପ୍ରକାଶ କୁମାର ନାୟକ, ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ଡ଼ିଏସପି ଗୁରୁ ପ୍ରସାଦ ଶିବ ଶଙ୍କର ନନ୍ଦ, ରାଉରକେଲା ଡ଼ିଏସପି ବନିତା ମାଝୀ । କ୍ରାଇମବ୍ରାଞ୍ଚ ଏସଆଇ ଏନ. ତ୍ରିନାଥ ଦୋରା, ସମ୍ବଲପୁର ସ୍ପେଶାଲ ସ୍କ୍ଵାଡ ଏଏସଆଇ ମହମ୍ମଦ ଯାହାଙ୍ଗିର, ଝାରସୁଗୁଡା ବାଟାଲିୟନ ହାବିଲଦାର ବିଷ୍ଣୁ କୁମାର ବୁରା, ଅନୁଗୁଳର ହାବିଲଦାର ହୃଷିକେଶ ବାରିକ, କୋରାପୁଟ ଏସଓଜିର ବସନ୍ତ କୁମାର ଡାକୁଆ, ରାଉରକେଲା ଡିଏଫଏସ୍‌ଏଲର କନେଷ୍ଟବଲ ଅଞ୍ଜନ ମହାନ୍ତି ଓ କୋରାପୁଟ ତୃତୀୟ ବାଟାଲିୟନର ପ୍ରଶାନ୍ତ ପରିଡାଙ୍କୁ ସମ୍ମାନିତ କରାଯାଇଛି ।

ସେହିଭଳି ରାଜ୍ୟପାଳ ମେଡାଲ ପାଇଛନ୍ତି ଓଡିଶା ସରକାରଙ୍କ ଆବାସିକ କମିଶନର ରବିକାନ୍ତ ଓ ଭିଜିଲାନ୍ସ ଆଇଜି ସଞ୍ଜୟ କୁମାର କୌଶଲ । କ୍ୟାଟାଗୋରୀ ୨ରେ ପୁରୀ ଏସପି କନୱର ବିଶାଲ ସିଂ ଓ କଟକ ଷଷ୍ଠ ବାଟାଲିୟନର କମାଣ୍ଡାଣ୍ଟ ବିଜୟ ଚନ୍ଦ୍ର ପ୍ରଧାନ ମେଡାଲ ପାଇଛନ୍ତି । ସେହିଭଳି କଟକ ଜୋନ ଏସିପିଙ୍କ ସହ ଅନ୍ୟମାନଙ୍କୁ ରାଜ୍ୟପାଳ ପୋଲିସ ମେଡାଲରେ ସମ୍ମାନିତ କରାଯାଇଛି ।.

Spread the love