ଅଟୋ-ପିକଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା : ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ

ଉକୁଚାବେଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଅଟୋ ସହ ପିକଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ୪ଜଣଙ୍କପ ମୃତ୍ୟୁ ହୋଇଛି । ସେହିପରି ୪ ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୁରୁତରମାନଙ୍କ ଚିକିତ୍ସା ଚାଲିଛି । ଆଜି ସକାଳୁ ଅଟୋଟି କେନ୍ଦୁଝର ଅଭିମୁଖେ ଯାଉଥିବା ବେଳେ ଆଗରୁ ଆସୁଥିବା ଏକ ପିକଅପ୍ ଭ୍ୟାନ୍ ସହ ଧକ୍କା ହୋଇଥିଲା । ଅଟୋରେ ଥିବା ୩ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କର କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିିତ୍ସାଳୟରେ ମୃତ୍ୟୁ ହୋଇଛି ।

Spread the love