ଭୂମିକମ୍ପରେ ଥରିଲା ତୁର୍କୀ ଓ ସିରିଆ : ୪ ହଜାର ଟପିଲା ମୃତ୍ୟୁ ସଂଖ୍ୟା, ଉଦ୍ଧାର କାର୍ଯ୍ୟ ଜାରି

ଭୟଙ୍କର ତାଣ୍ଡବରେ ତୁର୍କୀ ଓ ସିରିଆରେ ମୃତ୍ୟୁ ସଂଖ୍ୟା ୪ ହଜାର ପାର କରିଛି । ୧୫ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୧୦ ହଜାର ପାର କରିବା ଆଶଙ୍କା କରାଯାଉଛି । ଭୂକମ୍ପ ଯୋଗୁ ସର୍ବାଧିକ ପ୍ରଭାବିତ ହୋଇଛି ତୁର୍କୀ । ସିରିଆ ସୀମାକୁ ଲାଗିଥିବା ଏହି ଦେଶରେ ୩ଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା । ସେହିପରି ସିରିୟାରେ ମଧ୍ୟ ଏକ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଲାଣି । ତୁର୍କୀରେ ପ୍ରଥମ ଝଟ୍କା ଯୋଗୁ ୧୦ଟି ସହର ପ୍ରଭାବିତ ହୋଇଥିଲା । ତୁର୍କୀରେ ସପ୍ତାହେ ବ୍ୟାପୀ ଜାତୀୟ ଶୋକ ଘୋଷଣା କରାଯାଇଛି । ଉଦ୍ଧାରକାର୍ଯ୍ୟ ଜାରି ରହିଛି । ଭଗ୍ନାବଶେଷ ତଳେ ଏବେବି ଅନେକ ଲୋକ ଚାପି ହୋଇ ରହିଛନ୍ତି । ଯୁଦ୍ଧକାଳୀନ ଭିତିରେ ଉଦ୍ଧାର କାର୍ଯ୍ୟ କରାଯାଉଛି । ଏହି ଘଟଣା ପରେ ସାରା ଦେଶରେ ସ୍କୁଲ ଗୁଡ଼ିକୁ ଫେବ୍ରୁଆରୀ ୧୩  ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଛି ।

Spread the love