ପଣା ସଂକ୍ରାନ୍ତି : ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପବିତ୍ର ହନୁମାନ ଜୟନ୍ତୀ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା । ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ଓଡ଼ିଆ ନବବର୍ଷ ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏହି ବାଲୁକା କଳା ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ ଲାଗିଛି । ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ ଅବସରରେ ଦେଶର କୋଣ ଅନୁକୋଣରେ ରହୁଥିବା ସମସ୍ତ ଓଡ଼ିଆଙ୍କୁ ଶୁଭେଚ୍ଛା ଜଣାଇବା ସହ ସୁଖ ଓ ସମୃଦ୍ଧିର ବର୍ଷ ହେଉ ବୋଲି ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।

ଅନ୍ୟପକ୍ଷେ, ଆଜି ପଣା ସଂକ୍ରାନ୍ତି ନେଇ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର ଆୟୋଜନ ମଧ୍ୟ କରାଯାଇଛି । ଓଡ଼ିଆ ଘରେ ପଣା ଭୋଗ ପରଂପରା ରହିଛି । ସେହିପରି ହନୁମାନ ଜୟନ୍ତୀ ହୋଇଥିବାରୁ ସଙ୍କଟମୋଚନ ହନୁମାନଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ବିଭିନ୍ନ ମନ୍ଦିରରେ ଭିଡ଼ ଲାଗିଲାଣି ।

Spread the love