ଭୁବନେଶ୍ୱରରେ ଖୋଲିବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର

ଭୁବନେଶ୍ୱରରେ ଖୋଲିବ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର। ଏନେଇ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ତମାଣ୍ଡୋ, ମଞ୍ଚେଶ୍ୱର ଓ ପାହାଳରେ ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ଟିି ପଦବୀକୁ ମଧ୍ୟ ଅନୁମୋଦନ କରାଯାଇଛି। ପ୍ରତ୍ୟେକ କେନ୍ଦ୍ରରେ ନିୟୋଜିତ ହେବେ ୧୫ ଜଣ ଲେଖାଏଁ କର୍ମଚାରୀ। ପ୍ରତ୍ୟେକ ଅଗ୍ନିଶମ ସେବା କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ଜଣ ଫାୟାରମ୍ୟାନ ରହିବେ।

Spread the love