୧୫ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର, କଟକ ଖାନ ନଗରଠାରୁ ଲିଙ୍କ୍ ରୋଡ ପର୍ଯ୍ୟନ୍ତ ରାସ୍ତା ୬ ଥାକିଆ ହେବ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକର୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଆଜି କ୍ୟାବିନେଟ୍ ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ କଟକ ରିଂ ରୋଡକୁ ( ଖାନ ନଗରଠାରୁ ଲିଙ୍କ ରୋଡ ପର୍ଯ୍ୟନ୍ତ) ୬ ଲେନ ବିଶିଷ୍ଟ କରାଯିବା ନିଷ୍ପତ୍ତି ରହିଛି । ଏହି ପ୍ରକଳ୍ପ ୨୪ ମାସ ମଧ୍ୟରେ ଶେଷ କରାଯିବ ବୋଲି ଜଣାପଡ଼ିଛି। ଏହାଦ୍ବାରା କଟକ ସହରର ଟ୍ରାଫିକ ସମସ୍ୟା ଅନେକାଂଶରେ ଦୂର ହୋଇପାରିବ।
ସେହିଭଳି ଓଡିଶା ଇଭି ପଲିସି-୨୦୨୧ରେ ସଂଶୋଧନକୁ କ୍ୟାବିନେଟ ମଞ୍ଜରୀ ମିଳିଛି । ଏଥିସହ ବିଦ୍ୟୁତ ବଣ୍ଟନ କମ୍ପାନୀଙ୍କୁ ଆର୍ଥିକ ସହାୟତା ଦିଆଯିବା ନେଇ ପ୍ରସ୍ତାବ ମଧ୍ୟ ଅନୁମୋଦନ ହୋଇଛି। ଓବିସି କମିସନ ସଂଶୋଧନ ନେଇ ଅଧ୍ୟାଦେଶ ଅଣାଯିବାକୁ କ୍ୟାବିନେଟ୍ ମଞ୍ଜରୀ ଦେଇଛି । ସେହିପରି ଅବକାରୀ ସବଇନସପେକ୍ଟର ନିଯୁକ୍ତି ନେଇ ନୂଆ ଅଧିନିୟମ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଓଡିଶା ଜଙ୍ଗଲସେବା କ୍ୟାଡରର ପୁନଃଗଠନ କରାଯିବା ପ୍ରସ୍ତାବ ଉପରେ ମୋହର ଲାଗିଛି।

ସେହିପରି ବିଜୁ ସେତୁ ଯୋଜନାର ଅବଧିକୁ ୨୦୨୫-୨୬ ମସିହାକୁ ବୃଦ୍ଧି କରାଯିବା ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର କରିଛି।

Spread the love