ରଞ୍ଜନ ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ,ଓଡ଼ିଆ ଭାଷା ଓ ସାହିତ୍ୟ ସଂସ୍କୃତି ବିଭାଗ ଥିଲେ ସଚିବ

ରଞ୍ଜନ କୁମାର ଦାସ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଓଡ଼ିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗ ସଚିବ ରଞ୍ଜନ ଦାସଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ କଲେ ରାଜ୍ୟ ସରକାର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦବୀ ରାଜ୍ୟ ଆଇଏଏସ କ୍ୟାଡରରେ ସ୍ୱତନ୍ତ୍ର ସଚିବ ପାହ୍ୟା ଓ ଦାୟିତ୍ୱ ସହ ସମାନ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅତିରିକ୍ତ ଦାୟିତ୍ୱରେ ଥିବା ବୀର ବିକ୍ରମ ଯାଦବଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ ରଞ୍ଜନ କୁମାର ଦାସ।

ସେହିପରି ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଦିଲ୍ଲୀପ ରାଉତରାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି।

Spread the love