ଅଙ୍ଗନବାଡି କେନ୍ଦ୍ରକୁ ଉନ୍ନୀତ ହେଲା ରାଜ୍ୟର ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର

ଅଙ୍ଗନବାଡି କେନ୍ଦ୍ରକୁ ଉନ୍ନୀତ ହେଲା ରାଜ୍ୟର ୨୮୩୬ ମିନି ଅଙ୍ଗନବାଡି କେନ୍ଦ୍ର। ରାଜ୍ୟର ୨୮୩୬ ମିନି ଅଙ୍ଗନବାଡିକୁ ଅପ୍‌ଗ୍ରେଡ କରାଯାଇ ଅଙ୍ଗନବାଡି କେନ୍ଦ୍ରରେ ରାଜ୍ୟ ସରକାର ପରିଣତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏଥିପାଇଁ ବାର୍ଷିକ ଅତିରିକ୍ତ ୧୮ କୋଟି ୭୫ଲକ୍ଷ ଟଙ୍କା ବହନ କରିବେ ରାଜ୍ୟ ସରକାର। ରାଜ୍ୟରେ ବର୍ତ୍ତମାନ ୭୪ହଜାର ୧୫୪ଟି ଅଙ୍ଗନବାଡି କେନ୍ଦ୍ର ମଧ୍ୟରୁ ୧୦ହଜାର ୪୧୬ଟି ମିନି ଅଙ୍ଗନବାଡି ରହିଥିଲା।

ଏହା ମଧ୍ୟରୁ ୨ହଜାର ୮୩୬ ମିନି ଅଙ୍ଗନବାଡି କେନ୍ଦ୍ରକୁ ଏବେ ଅଙ୍ଗନବାଡି କେନ୍ଦ୍ରରେ ପରିଣତ କରାଯାଇଛି। ଏହି ଅଙ୍ଗନବାଡି କେନ୍ଦ୍ର ଗୁଡିକର ବିଭିନ୍ନ କାର୍ଯ୍ୟ ପରିଚାଳନା ପାଇଁ ଯଥା ଔଷଧ, ଆସବାବପତ୍ର ଓ ପ୍ରଶାସନିକ ଖର୍ଚ୍ଚ ତୁଲାଇବା ପାଇଁ ଅଧିକ ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯିବ। ଏଥିପାଇଁ ସାରା ରାଜ୍ୟରେ ୧୧୪ଟି ସୁପର ଭାଇଜର ପଦବୀ ସୃଷ୍ଟି କରାଯାଇଛି। ଏହି ଅପଗ୍ରେଡେସନ ସହିତ ପ୍ରତ୍ୟେକ ଅଙ୍ଗନବାଡି କେନ୍ଦ୍ରରେ ଅଙ୍ଗନବାଡି କର୍ମୀଙ୍କୁ ସହାୟତା କରିବା ପାଇଁ ଜଣେ ଜଣେ ଅଙ୍ଗନବାଡି ସହାୟକ ନିଯୁକ୍ତ କରାଯିବ।.

Spread the love