ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ନିଧନରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ନକ୍ଷେତ୍ର ନୁ୍ୟଜ ଚ୍ୟାନେଲର ପୂର୍ବତନ ସମ୍ପାଦକ ବାସୁଦେବ ମହାପାତ୍ରଙ୍କ ପରଲୋକ ହୋଇଛି । ଅସୁସ୍ଥତା କାରଣରୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ସ୍ୱର୍ଗତଃ ମହାପାତ୍ରଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଓ ବିଜେପି ମଡିଆ ବିଭାଗ ।
ଓଡିଶା ଆଜି ଜଣେ ଦକ୍ଷ ଓ ପ୍ରଭାବଶାଳୀ ସାମ୍ବାଦିକଙ୍କୁ ହରାଇଛି । ଗଣମାଧ୍ୟମରେ ପ୍ରଭାବ ବିସ୍ତାର କରିଥିବା ସ୍ୱର୍ଗତଃ ମହାପାତ୍ରଙ୍କ ବିୟୋଗରେ ରାଜ୍ୟ ସାମ୍ବାଦିକତା ଜଗତର ଗୋଟିଏ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ତାଙ୍କ ନିଷ୍ଠା, ଦକ୍ଷତା ଓ ନିରପେକ୍ଷ ସମ୍ବାଦ ପରିବେଷଣ ନୂତନ ପିଢୀକୁ ପ୍ରେରଣା ଯୋଗାଇବ ବୋଲି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ବାର୍ତାରେ କହିଛନ୍ତି ।

Spread the love