ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା

ଆଜି ରାଜ୍ୟର କିଛି ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି । ଦକ୍ଷିଣ ଓଡିଶାର ନୂଆପଡା, ନବରଙ୍ଗପୁର, ମାଲକାନାଗିରି, କୋରାପୁଟ ଆଦି ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ହୋଇଛି । ଅନେକ ସ୍ଥାନରେ ଆକାଶ ପ୍ରାୟ ମେଘୁଆ ଥିବାରୁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି ।ତେବେ ଜୁନ ୨୧ ରେ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷା ବଢିବ ଏବଂ ୨୨ ରୁ ଉପକୂଳର ଅଧିକାଂଶ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୧ ରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ( ୭ ରୁ ୧୧ ସେମି) ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।ବର୍ତ୍ତମାନ ସୁଦ୍ଧା ପୁରୀ ସହରରେ ଦକ୍ଷିଣ- ପଶ୍ଚିମ ଦିଗରୁ ପବନ ଘଣ୍ଟା ପ୍ରତି ୧୫ରୁ ୧୭ କିମି ବେଗ ସହ ତାପାମାତ୍ରା ୩୪ ଡିଗ୍ରୀ ଏବଂ ଆର୍ଦ୍ରତା ୭୨ ଡିଗ୍ରୀ ରେକର୍ଡ ହୋଇଛି । ଆଜି ଦିନ ୨ଟା ୩୦ ସୁଦ୍ଧା ପାରାଦୀପରେ ସର୍ବନିମ୍ନ ତାପମାତ୍ରା ୩୩.୪ ଡିଗ୍ରୀ ଥିବାରୁ ଝାରସୁଗୁଡାରେ ସର୍ବାଧିକ ତାପମାତ୍ରା ୪୦.୮ ଡିଗ୍ରୀ ରେକର୍ଡ ହୋଇଥିଲା ।

Spread the love